ସ୍ୱାଇନ ଫ୍ଲୁ ଆତଙ୍କ, ଭୁବନେଶ୍ୱରରୁ ଦୁଇ ଆକ୍ରାନ୍ତ ଚିହ୍ନଟ

0

ଭୁବନେଶ୍ୱର : କରୋନା, ଟମାଟୋ ଫ୍ଲୁ ଡର ମଧ୍ୟରେ ରାଜ୍ୟରେ ଦେଖାଦେଇଛି ସ୍ୱାଇନ ଫ୍ଲୁ ଆତଙ୍କ । ଏବେ ପୁଣିଥରେ ରାଜ୍ୟରେ ଚିହ୍ନଟ ହଇଛନ୍ତି ସ୍ୱାଇନ ଫ୍ଲୁ ରୋଗୀ । ଏବେ ରାଜଧାନୀ ଭୁବନେଶ୍ୱରେ ସ୍ୱାଇନ ଫ୍ଲ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ୱର ୟୁନିଟ ୪ ଅଂଚଳର ଏକ ଘରୋଇ ମେଡ଼ିକାଲରେ ଦୁଇ ଆକ୍ରାନ୍ତ ଚିକିତ୍ସାଧୀନ ଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଭୁବନେଶ୍ୱର ସୁନ୍ଦରପଦା ଅଂଚଳର ଜଣେ ପୁରୁଷ ୩୭ ବର୍ଷୀୟ ହୋଇଥିବାବେଳେ ଆଉ ଜଣେ ୨୭ ବର୍ଷୀୟ ମହିଳା ।

ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଜନ ସ୍ୱାସ୍ଥ୍ୟ ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର । ତେବେ ଏହାକୁ ନେଇ ଭୟଭୀତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି । ତାଙ୍କ ମତରେ ସାଧାରଣତଃ ପ୍ରାକ୍ ମୌସୁମୀ ଓ ଶୀତଦିନେ ସ୍ୱାଇନ ଫ୍ଲୁ ଦେଖାଦେଇଥାଏ । ତେବେ ଦୁଇ ଆକ୍ରାନ୍ତଙ୍କ କୌଣସି ଟ୍ରାଭେଲ ହିଷ୍ଟ୍ରି ନାହିଁ ।

Leave a comment