Browsing Tag

cm

ବିକାଶ ଓ ଜନ କଲ୍ୟାଣ ସରକାରଙ୍କ ମୁଖ୍ୟ ପରିଚୟ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୦୩ କୋଟି ଟଙ୍କା ବିନିଯୋଗରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ୱରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତିସ୍ତୂପର ପୁନରୁଦ୍ଧାର ଓ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲୋକପ୍ରିୟ ଗାୟକ ଉଦିତ୍ ନାରାୟଣଙ୍କ ପ୍ରଶଂସା

ଗୋଟେ ପଟେ ପଞ୍ଚାୟତ ନିର୍ବାଚନ ପାଇଁ ନେତା ପ୍ରସ୍ତୁତ ହେଉଥିବା ବେଳେ ଅନ୍ୟପଟେ ଆରମ୍ଭ ହୋଇଗଲାଣି ମ୍ୟୁଜିକ୍ କମ୍ପୋଜ । ବିଶିଷ୍ଟ ଗୀତିକାର ତପୁ ନାୟକଙ୍କ ଏକ ଗୀତକୁ ମ୍ୟୁଜିକରେ ସଜାଇଛନ୍ତି ବିଶିଷ୍ଟ କମ୍ପୋଜର ଜାପାନୀ ଭାଇ । ବଲିଉଡର ପ୍ରଖ୍ୟାତ ପ୍ରଚ୍ଛଦପଟ୍ଟ ଗାୟକ ଉଦିତ୍ ନାରାୟଣ…

ଉଠା ଦୋକାନୀଙ୍କୁ ଆଶ୍ୱସ୍ତି: ୩ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୧୪ଟି ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ବ ବିକ୍ରେତାଙ୍କୁ ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ମାର୍ଚ୍ଚ ୨୦୨୦ ଓ ଜୁନ୍‌ ୨୦୨୧ରେ ୩୦୦୦ ଟଙ୍କା ଲେଖାଏ…

ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ – ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ…

ହକର୍‌ ମାନଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଖବରକାଗଜ ହକର୍ ପାଇବେ ସ୍ୱତନ୍ତ୍ର ଆର୍ଥିକ ସହାୟତା । ଆଜି ହକର୍‌ ମାନଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲରେ ଭୁବନେଶ୍ୱର ସମେତ ବ୍ରହ୍ମପୁର, ରାଉରକେଲା, ଓ କଟକରେ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ହକର ମାନଙ୍କ ପାଇଁ ସାମାଜିକ ସୁରକ୍ଷା…

ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ, ମୟୁରଭଞ୍ଜ କୁଡୁମୀ ସମାଜକୁ ଦେଲେ ୧ କୋଟିର ଭେଟି

ରାଇରଙ୍ଗପୁର ୨୨।୧୨: ମୟୁରଭଞ୍ଜର କୁଡୁମୀ ସମ୍ପ୍ରଦାୟର ଲୋକଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୟୁରଭଞ୍ଜର କୁଡୁମୀ ସମ୍ପ୍ରଦାୟର ଲୋକଙ୍କ ପାଇଁ କୁଡୁମୀ ସାମାଜିକ, ଶିକ୍ଷା ଓ ସାଂସ୍କୃତିକ ଭବନ ନିର୍ମାଣ ନେଇ ମୁଖ୍ୟମନ୍ତ୍ରୀ ୧ କୋଟି ଟଙ୍କାର ଅନୁଦାନ ଘୋଷଣା କରିଥିଲେ ।…

ଓମିକ୍ରନ’ ନେଇ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ: ଅତି ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ

କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ ସଂପର୍କରେ ଲୋକଙ୍କୁ ସତର୍କ କରାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜନସାଧାରଣଙ୍କ ସହଯୋଗରେ କୋଭିଡର ପ୍ରଥମ ଓ ଦ୍ୱିତୀୟ ଲହରୀକୁ ଓଡ଼ିଶା ସଫଳ ଭାବରେ ମୁକାବିଲା କରିପାରିଛୁ । ବର୍ତ୍ତମାନ କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନ ତା’ର କାୟା ବିସ୍ତାର…

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ଏକ ହଜାର ଟଙ୍କା ଲେଖାଏ ଜୀବିକା ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀ ମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି।…

ଘର ମରାମତି ପାଇଁ ୩୦ ଲକ୍ଷ ପରିବାରକୁ ମିଳିବ ସହାୟତା

ଓଡ଼ିଶା କ୍ୟାବିନେଟରେ ଐତିହାସିକ ନିଷ୍ପତ୍ତି । ଘର ମରାମତି ପାଇଁ ସହାୟତା ଦେବେ ସରକାର । ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି । ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କାଘର ଓ ଖଣି ଅଞ୍ଚଳ ପକ୍କାଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର…

ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’

ରାଜ୍ୟରେ ଆରମ୍ଭ ହୋଇଛି ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’। ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡ଼ାଣ ଆରମ୍ଭ…