ବିଧାନସଭାରେ ଅସୁସ୍ଥ ହୋଇପଡିଲେ କଂଗ୍ରେସ ବିଧାୟକ ତାରା ବାହିନୀପତି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ହାଉସରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଅସୁସ୍ଥ । ବାଚସ୍ପତିଙ୍କ ପୋଡ଼ିୟମ ତଳେ ଚେୟାର ଉପରେ ଚଢି ପ୍ରତିବାଦ କରୁଥିଲେ ତାରା । ଏହି ସମୟରେ ତାରା ହଠାତ୍ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ମିଳିଛି । ସହଯୋଗୀ ବିଧାୟକ ତାଙ୍କୁ ପାଣି ପିଇବାକୁ ଦେଇ ଚେୟାରରେ ବସାଇଥିଲେ । କିଛି ଦିନ ହେବ କୋଭିଡରୁ ସୁସ୍ଥ ହୋଇଛନ୍ତି ତାରା ପ୍ରସାଦ ବାହିନୀପତି । ବାଚସ୍ପତିଙ୍କ ନିର୍ଦେଶ କ୍ରମେ ତାରାଙ୍କ ସ୍ଵାସ୍ଥ୍ୟ ଅବସ୍ଥା ଯାଞ୍ଚ ପାଇଁ ବିଧାନସଭାର ଲବୀକୁ ଡାକ୍ତରଙ୍କୁ ତୁରନ୍ତ ଡକାଯାଇଛି । ବର୍ତ୍ତମାନ ତାରାଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରୁଛନ୍ତି ଡାକ୍ତରୀ ଟିମ୍ ।