ପୁଣି ଫେରିବ ତାତି, ୨ରୁ ୩ଡିଗ୍ରୀ ତାପମାତ୍ରା ବଢିବା!

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ପୁଣି ଫେରିବ ତାତି। ତାପମାତ୍ରା କ୍ରମଶଃ ବୃଦ୍ଧି ହେବ। ସୋମବାର ରାତିରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିଲା। ମାତ୍ର ଏହା ପରେ ବି ଦିନର ତାପମାତ୍ରା ବଢିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉପକୂଳ ଓଡିଶାର ଅଧିକାଂଶ ସ୍ଥାନରେ ପାଗ ଥଣ୍ଡା ଥିଲା। ହେଲେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିବାରୁ ବିଶେଷ ଗରଣ ଅନୁଭୂତ ହୋଇଥିଲା। ବୌଦ୍ଧରେ ସର୍ବାଧିକ ୪୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ସେହିପରି ରାଜ୍ୟରେ ଘଡଘଡି ସହ ୨ ଦିନ ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି । ୨୫ ଓ ୨୬ ତାରିଖରେ ଉତ୍ତର ଓଡିଶା ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତାକାଲି ସକାଳ ଯାଏଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଖୋର୍ଦ୍ଧାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a comment