ଗୁରୁ ଦିବସରେ ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ୪୪୩ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗୁରୁ ଦିବସ ଅବସରରେ ଓଡିଶା ଆଦର୍ଶ ବିଦ୍ୟାଳୟ ପାଇଁ ୪୪୩ ଶିକ୍ଷକଙ୍କୁ ନିଯୁକ୍ତି କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂରାଜୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାମାଞ୍ଚଳ ଓ ସହରାଂଚଳର ମେଧାବୀ ଛାତ୍ରଛାତ୍ରୀ ଉପକୃତ ହେଉଛନ୍ତି । ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟ ରୋଲ ମଡେଲ ହେବା ପାଇଁ ଲକ୍ଷ୍ୟ ରଖାଯାଇଛି ।ଜାତୀୟସ୍ତରର ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିବା ପାଇଁ ଏହି ବିଦ୍ୟାଳୟ ଗୁଡିକୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି । ପିଲାଙ୍କ ମନରେ ଯେପରି ଆଶା ଓ ଆତ୍ମବିଶ୍ବାସ ବୃଦ୍ଧି ହେବ ଏବଂ ସେମାନେ ସଫଳତା ହାସଲ କରିବେ, ତାହା ଲକ୍ଷ୍ୟ ରହିଛି । ପିଲାମାନଙ୍କୁ ଭବିଷ୍ୟତର ସଫଳତା ପାଇଁ ଠିକ୍‌ ଭାବରେ ଗାଇଡ୍‌ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତି ଛାତ୍ରଛାତ୍ରୀଙ୍କ ସ୍ବପ୍ନ ସାକାର କରିବା ଆମର ଉଦ୍ୟମ ହେବ । ନୂଆ ଓ ରୂପାନ୍ତରିତ ଓଡଶା ଗଠନରେ ଏହା ବଳିଷ୍ଠ ପଦକ୍ଷେପ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ଏଦିଗରେ ଶିକ୍ଷକମାନେ ଗୁରୁ ଦାୟିତ୍ୱ ନିର୍ବାହ କରିବାକୁ ଆଗେଇ ଆସିବାକୁ ସେ ଆହ୍ଵାନ ଜଣାଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦର୍ଶ ବିଦ୍ୟାଳୟ ପାଇଁ ଦଶ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଛନ୍ତି । ଏଥିରେ ପିଲାଙ୍କୁ ରକ୍ତଦାନ, ପରିବେଶ ସୁରକ୍ଷା ସହ ସାକ୍ଷରତା ଅଭିଯାନରେ ସାମିଲ କରିବା ଯୋଗ, କ୍ରୀଡା ଓ ସୁସ୍ଥ ଜୀବନଶୈଳୀ ଆଦି ପାଇଁ ଉତ୍ସାହିତ କରିବା ଜାତୀୟ ଅନ୍ତଜାତୀୟ ପ୍ରତିଯୋଗିତାରେ ସଫଳତା ପାଇଁ ପ୍ରସ୍ତୁତ କରିବା ଉପରେ ଗୁରୁତ୍ବ ଦିଆଯିବ । ଏହାସହ ପ୍ରତି ଆଦର୍ଶ ବିଦ୍ୟାଳୟକୁ ଦଶ ବର୍ଷିଆ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ୨୦୨୧ର ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ ।

Leave a comment