ଆସନ୍ତା ୩୧ ତାରିଖର ଯୁକ୍ତ ୨ ପରୀକ୍ଷା ଘୁଞ୍ଚଲା

0

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗତ ଏପ୍ରିଲ ୨୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏହା ଆସନ୍ତା ୩୧ ତାରିଖରେ ଶେଷ ହେବାର ଥିଲା । ତେବେ ୩୧ରେ ହେବାକୁ ଥିବା ପରୀକ୍ଷା ଗୁଡ଼ିକୁ ଘୁଞ୍ଚାଇ ଦିଆଯାଇଛି ।

ଶୁକ୍ରବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି ଯେ ବ୍ରଜରାଜନଗର ଉପନିର୍ବାଚନ ପାଇଁ ଯୁକ୍ତ ଦୁଇ ପରୀକ୍ଷା ତାରିଖରେ ପରିବର୍ତ୍ତନ କରାଯାଇଛି । ସେହିଦିନ ହେବାକୁ ଥିବା ପରୀକ୍ଷା ଗୁଡ଼ିକ ଜୁନ୍ ୪ ତାରିଖରେ କରାଯିବ । ୩୧ରେ କଳା ବିଭାଗର ଗଣିତ ଓ ଗୃହବିଜ୍ଞାନ, ବିଜ୍ଞାନ ବିଭାଗର ଗଣିତ ଏବଂ ଧନ୍ଦାମୂଳକ ବିଭାଗର ବାୟୋଲୋଜି ପରୀକ୍ଷା ହେବାର ଥିଲା ।

Leave a comment