ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ କରିବ ବିଜେଡି

ଆସନ୍ତା ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଘୋଷଣା କରିସାରିଛି । ଏନଡିଏ ପକ୍ଷରୁ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ଙ୍କୁ ଉପରାଷ୍ଟ୍ରପତି ପାର୍ଥୀ ଘୋଷଣା କରାଯାଇଛି ।
ଏହି ପରିପ୍ରେକ୍ଷୀରେ ରବିବାର ବିଜେଡି ମଧ୍ୟ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ ସମର୍ଥନ ଜଣାଇଛି । ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି । ନାମାଙ୍କନ ଦାଖଲ ବେଳେ ଉପସ୍ଥିତ ରହିବେ ବିଜେଡି ସାଂସଦ । ଏନେଇ ମୁଖମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ ପାଇଁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ । ଉଲ୍ଲେଖଯୋଗ୍ୟ, ପୂର୍ବରୁ ମଧ୍ୟ ବିଜେଡି ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଜଣାଇସାରିଛି । ଆସନ୍ତାକାଲି ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି ।
ସୂଚନାଯୋଗ୍ୟ, ଆସନ୍ତା ୬ ଅଗଷ୍ଟରେ ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନକୁ ନେଇ ଶନିବାର ଭାରତୀୟ ଜନତା ପାର୍ଟୀର ସଂସଦୀୟ ବୋର୍ଡର ବୈଠକରେ ଉପରାଷ୍ଟ୍ରପତି ପଦ ପାଇଁ ଆଶାୟୀ ଭାବରେ ଜଗଦୀପ ଧନଖଡ଼ଙ୍କ ନାମ ଘୋଷଣା କରିଛନ୍ତି ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ସାମିଲ ଥିଲେ ।