ମା’ଙ୍କ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଗଞ୍ଜମ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଗଞ୍ଜମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀ ପୀଠରେ ଚାଲିଛି ଜୀର୍ଣ୍ଣୋଦ୍ଧାର ଓ ନୂତନ ପ୍ରାସାଦ ପ୍ରତିଷ୍ଠା ମହୋତ୍ସବ। ମା’ଙ୍କ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ଆଦିଶକ୍ତି କ୍ଷେତ୍ର ମା’ତାରାତାରିଣୀ ପୀଠ ଓଡ଼ିଆ ଭାବାବେଗ ସହ ଜଡ଼ିତ। ଓଡ଼ିଶା ସ୍ଥାପତ୍ୟ ଶୈଳୀରେ ନିର୍ମିତ ଏହି ଆଧ୍ୟାତ୍ମିକ ସ୍ଥଳର ରୂପାନ୍ତରଣ ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭବ ପ୍ରଦାନ କରୁଛି।
ଏହି ଭବ୍ୟ ମନ୍ଦିରର ପ୍ରତିଷ୍ଠା ଉତ୍ସବ ସମରୋହରେ ହଜାର ହଜାର ଶ୍ରଦ୍ଧାଳୁ ଯୋଗ ଦେଇଛନ୍ତି। ନୂଆ ରୂପରେ ସଜେଇ ହୋଇଛି ମା’ ର ପୀଠ। ନୂଆ ସ୍ନାନ ମଣ୍ଡପ, ଦୀପ ଘର, ପ୍ରଶାସନିକ ଭବନ ନିର୍ମାଣ ହୋଇଛି।