୬୬୩ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।
ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି। ଯାହାକି ଆଉଟ ସୋର୍ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍ସିଂ ପଦବୀ ସୃଷ୍ଟି କରାଯାଇଛି।