୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର : ଆଜି ଦ୍ବିତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୧୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଦୁଇଟି ପର୍ଯ୍ୟାୟରେ ସମୁଦାୟ ୩୯୭୮ଟି ସ୍କୁଲ ରୂପାନ୍ତରିତ ହୋଇଛି । ପିଲାଙ୍କ ଭିତରେ ସେ ଭବିଷ୍ୟତ ଓଡିଶାର ଝଲକ ଦେଖିପାରୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପ୍ରଥମ ପର୍ଯ୍ୟାୟରେ ୧୦୭୫ଟି ସ୍କୁଲ ରୂପାନ୍ତରିତ ହୋଇଥିବାବେଳେ, ଦ୍ବିତୀୟ ପର୍ଯ୍ୟାୟରେ ୨୯୦୬ଟି ସ୍କୁଲର ରୂପାନ୍ତରଣ ହୋଇଛି। ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ “ସ୍କୁଲ ରୂପାନ୍ତରଣ କେବଳ ସ୍କୁଲର କାୟିକ ପରିବର୍ତ୍ତନ ନୁହେଁ । ଏହା ପିଲା ମାନଙ୍କର ମାନସିକ ସ୍ତରରେ ବିରାଟ ପରିବର୍ତ୍ତନ ଆଣିପାରିଛି । ପିଲାଙ୍କ ଆତ୍ମବିଶ୍ବାସ ବୃଦ୍ଧି ପାଇଛି । ଭବିଷ୍ୟତରେ ସେମାନେ ସଫଳ ହେବା ସହିତ ଓଡିଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖିପାରିବେ । ସ୍କୁଲ ରୂପାନ୍ତର ବାସ୍ତବରେ ଓଡିଶାର ଭବିଷ୍ୟତର ରୂପାନ୍ତର ପାଇଁ ମୂଳଦୁଆ ପକାଇଛି । ପିଲାଙ୍କ ଭିତରେ ମୁଁ ଭବିଷ୍ୟତ ଓଡିଶାର ଝଲକ ଦେଖିପାରୁଛି ।”

Leave a comment