ରାଇମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶିଷ୍ଟ ଅଭିନେତା ରାଇମୋହନ ପରିଡ଼ାଙ୍କ ଅକାଳ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ରାଇମୋହନ ପରିଡା ଆତ୍ମହତ୍ୟା ଖବର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ସେ ଟ୍ଵିଟ୍ କରି କହିଛନ୍ତି, ନାଟକଠୁ ଆରମ୍ଭ କରି ଯାତ୍ରା, ଚଳଚ୍ଚିତ୍ର ପରି କଳାର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅନୁପସ୍ଥିତି ସର୍ବଦା ଅନୁଭବ ହେବ । ତାଙ୍କ ନିଖୁଣ ଅଭିନୟ ପାଇଁ ସେ ସ୍ମରଣୀୟ ରହିବେ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକାକୁଳ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ସାଇଣ୍ଟିଫିକ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛି। ପୋଲିସ ଆତ୍ମହତ୍ୟାକୁ ନେଇ ତନାଘନା କରୁଛି ଟିମ୍ ।

Leave a comment