ରାଜଭଜନରେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ,ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ
ରାଜଭଜନରେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । କଡ଼ା ସୁରକ୍ଷା ଭିତରେ ରାଜଭବନରେ ପହଂଚିବା ପରେ ରାଜ୍ୟପାଳଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ବାଚସ୍ପତି ପ୍ରମିଳା ମଲ୍ଲିକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ପୁଲିସ କମିଶନର ସୁନୀଲ ବଂଶଲ ଉପସ୍ଥିତ ଥିଲେ । ଏହା ପୂର୍ବରୁ ରାଜ୍ୟପାଳ ସକାଳେ ଭୁବନେଶ୍ୱରରେ ପହଞ୍ଚିବା ପରେ ଶ୍ରୀମନ୍ଦିରରେ ଜଗାଦର୍ଶନ କରିଥିଲେ ।
ସେଠାରେ ତାଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାଶ ସ୍ୱାଗତ କରିଥିଲେ । ଶ୍ରୀମନ୍ଦିର ଯାଇ ପ୍ରଥମେ ବାଇଶି ପାହାଚରେ କାଶୀ ବିଶ୍ୱନାଥ ଦର୍ଶନ କରିବା ସହ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ । ଏହା ସହ ଲକ୍ଷ୍ମୀ ମନ୍ଦିର, ବିମଳା ମନ୍ଦିର, ପାଶ୍ୱର୍ ଦେବାଦେବୀଙ୍କ ଦର୍ଶନ ମଧ୍ୟ କରିଥିଲେ । ପ୍ରାୟ ଏକ ଘଂଟା କାଳ ଶ୍ରୀମନ୍ଦିରରେ ରହିବା ସହ ମହାପ୍ରଭୁଙ୍କୁ ଦେଖି ଭାବବିହ୍ୱଳ ହୋଇଥିଲେ ।
ଆସନ୍ତାକାଲି ରାଜ୍ୟର ୨୬ତମ ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କରିବେ । କେନ୍ଦ୍ର ସରକାରଙ୍କ ବିକାଶର ଯୋଜନା କିପରି ତୃଣମୂଳ ସ୍ତରରେ ସାଧାରଣ ଲୋକଙ୍କ ପାଖରେ ପଂହଚିପାରିବ । ସେ ନେଇ ଗୁରୁତ୍ୱ ରହିବ ବୋଲି ଦର୍ଶନ ପରେ ପ୍ରତିକ୍ରିୟା ରଖିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ।