୪ ଘଣ୍ଟା କାଳିଆ ଦର୍ଶନ ବନ୍ଦ ରହିବ

0

ପୁରୀ(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଆଜି ଶ୍ରୀମନ୍ଦିର ରତ୍ନସିଂହାସନରେ ଦାରୁବ୍ରହ୍ମଙ୍କ ଶ୍ରୀମୁଖ ସିଂହାର (ବନକଲାଗି) ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୪ରୁ ରାତି ୮ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ଶେଷ ହେବା ପରେ ଶ୍ରୀଜିଉଙ୍କୁ ମହାସ୍ନାନ କରାଯିବ। ଏହାପରେ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ।

ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗ ମଣ୍ଡପ ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଶ୍ରୀଜିଉଙ୍କ ବନକଲାଗି ପାଇଁ ଦତ୍ତମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗସହ ରତ୍ନସିଂହାସନ ଉପରକୁ ଯିବେ। ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କ ଶ୍ରୀମୁଖ ସିଂହାର କରାଯିବ। ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିବା ସହ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ।

Leave a comment