ଆଜିଠୁ ମାଟ୍ରିକ ଖାତାଦେଖା ଆରମ୍ଭ

0

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା। ଦଶମ ଶ୍ରେଣୀ ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ କରାଯିବ। ରାଜ୍ୟର ମୋଟ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ଖାତା ଦେଖାହେବ। ଏଥିପାଇଁ ଗତାକଲି ସକାଳ ୧୦ଟା ସୁଦ୍ଧା ମୂଲ୍ୟାୟନ କେନ୍ଦ୍ରରେ ଯୋଗ ଦେଇଛନ୍ତି ପରୀକ୍ଷକ। ୧୦ରୁ ୧୨ ଦିନ ପର୍ଯ୍ୟନ୍ତ ଖାତା ଦେଖା ଚାଲିବ।

ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣସ୍କୃଟିନାଇଜରଙ୍କୁ ନିୟୋଜିତ କରାଯାଇଛି। ଖାତା ଦେଖା ପରେ ମାର୍କ ଅପଲୋଡ୍ କାର୍ଯ୍ୟ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି।

Leave a comment