୧୫ଟି ଜିଲ୍ଲାକୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି । ଏଥିଲାଗି ୧୫ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ଓ୍ୱର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କଟକ ଓ ଜଗତସିଂହପୁର ।

ବଙ୍ଗୋପସାଗରରେ ଏକ ଗୁରୁଚାପ ରହିଥିବାରୁ ଜଳୀୟ ବାଷ୍ପ ଭୂପୃଷ୍ଠକୁ ଆସିବା ସହ କାଳବୈଶାଖୀ କରାଉଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି । ୨୪ ଘଣ୍ଟା ପରେ କେଉଁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

Leave a comment