ଜୁନ୍ ପ୍ରଥମ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ!
ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଚଳିତ ବର୍ଷ ମୌସୁମୀ ବାୟୁ ଶୀଘ୍ର କେରଳ ଛୁଇଁବ। ଆସନ୍ତା ୨୭ ରେ ମୌସୁମୀ କେରଳ ଛୁଇଁବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କେରଳ ଛୁଇଁବାର ୧୦ ଦିନ ଭିତରେ ମୌସୁମୀ ଓଡ଼ିଶାରେ ପ୍ରବେଶ କରିଥାଏ। ତେଣୁ ଓଡ଼ିଶାରେ ମୌସୁମୀ ଜୁନ୍ ପ୍ରଥମ ସପ୍ତାହରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି।
ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମେ’ ୧୫ ତାରିଖରେ ଆଣ୍ଡାମାନ ନିକୋବର ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ବିଭାଗ କହିଛି ଯେ ସାଧାରଣତଃ ମୌସୁମୀ ଜୁନ ୧ରେ କେରଳ ଛୁଇଁଥାଏ। ଏହାପରେ ପର୍ଯ୍ୟାୟକ୍ରମେ ଦେଶର ବିଭିନ୍ନ ପ୍ରାନ୍ତକୁ ଯାଇଥାଏ। ଏଥର ପାଗ ଅନୁକୂଳ ଥିବାରୁ ମୌସୁମୀ ଆଗୁଆ ଆସିବାର ରହିଛି। ଏପ୍ରିଲ ୧୪ରେ ମୌସୁମୀ ସ୍ୱାଭାବିକ ରହିବ ବୋଲି ଭାରତୀୟ ପାଣିପାଗ ପ୍ରେସ ବିଜ୍ଞପ୍ତି ଦ୍ୱାରା ସୂଚନା ଦେଇଥିଲା।
ତେବେ ଉତ୍ତରପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର ପଶ୍ଚିମର କିଛି ଅଂଶ ଓ ଦକ୍ଷିଣପୂର୍ବ ଭାଗରେ ସ୍ୱାଭାବିକ ଠାକୁ କମ ବର୍ଷା ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ଲଙ୍ଗ ପିରିୟଡ ଆଭରେଜରେ ୯୯% ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାର ୫% କମ କିମ୍ବା ୫% ବେଶୀ ହେଲେ ମଧ୍ୟ ଏହାକୁ ସ୍ୱାଭାବିକ ବର୍ଷା ଭାବେ ବିବେଚନା କରାଯିବ।