ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କଲେ ରାଜ୍ୟ ସରକାର

0

ବୁଣାକାରମାନଙ୍କୁ ରାଜ୍ୟ ସରକାରଙ୍କର ଭେଟି । ବୁଣାକାର ଓ ହସ୍ତତନ୍ତ କାରିଗରଙ୍କ ପାଇଁ ଖୁସି ଖବର। ବଳିଆ ଯୋଜନାରେ ଋଣ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟସରକାର। ଏକ ଲକ୍ଷ ଟଙ୍କାକୁ ବୃଦ୍ଧି କଲେ ସରକାର। ରାଜ୍ୟରେ ୬୬, ୧୪୧ ବୁଣାକାର ପରିବାର ରହିଛନ୍ତି । ୧ ଲକ୍ଷ ୨୪ ହଜାର ୮୪ ଜଣ ବୁଣାକାର ଅଛନ୍ତି ସେହିପରି ୫୬ ହଜାର ୫୬୯ ସଂଖ୍ୟକ ତନ୍ତ ରହିଛି । ଆଗରୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ସୁଧ ମୁକ୍ତ ଋଣ ଦିଆଯାଉଥିଲା । ଏବେ ଏହାକୁ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ୧ ଲକ୍ଷ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି। ବୁଣାକାର ମାନଙ୍କ ରୋଜଗାର ସୁନିଶ୍ଚିତ କରିବା, ଅର୍ଥନୈତିକ ଅବସ୍ତାକୁ ସୁଦୃଢ କରିବା ଓ ସୁରକ୍ଷିତ କରିବା ଏହି ଯୋଜନା ଗୁଡ଼ିକର ଲକ୍ଷ୍ୟ ଓ ଉଦ୍ଦେଶ୍ୟ। ଏହି ପ୍ରୟାସ ଏବଂ ହସ୍ତକ୍ଷେପ ଫଳରେ ରାଜ୍ୟରେ ହସ୍ତତନ୍ତ କ୍ଷେତ୍ରରେ ଅଭିବୃଦ୍ଧି ହେବ।

Leave a comment