ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର

0

ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ):ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ ।

ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନ କୁ ସମ୍ମାନ  ଜଣାଇବା ସହ ସେମାନ ଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି ରେ ବୃଦ୍ଧି ଘୋଷଣା କରିଛନ୍ତି । ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ।

• MBK, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକା ମାନେ ମାସିକ 6750 ଟଙ୍କା ରୁ 10750 ଟଙ୍କା ପାଇବେ ।

• କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ ।

• CRP-CM ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ ।

ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି ।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ community support staff ମାନେ ତାଙ୍କୁ ଭେଟି ସେମାନଙ୍କ ପ୍ରୋତ୍ସାହନ ରାଶି ବୃଦ୍ଧି ବିଷୟରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ.

Leave a comment