‘ଦମନ’ ଫିଲ୍ମ ପାଇଁ ଟିକସ ଛାଡ଼ କଲେ ରାଜ୍ୟ ସରକାର

0

ହଲରେ ଓଡ଼ିଆ ସିନେମା ‘ଦମନ’ ଦେଖିଲେ ଦର୍ଶକଙ୍କୁ ଲାଗିବନି ଟିକସ । ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି ।

ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏ ଚଳଚ୍ଚିତ୍ରର ବିଷୟ ବସ୍ତୁ ।

ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି ।

କୋଭିଡ ମହାମାରୀ ସମୟରେ ଯେଭଳି ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମକଲେ ଆମେ ଏକ ସୁସ୍ଥ ଓ ସଚେତନ ସାମାଜର ବିକାଶ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ବାସ ପ୍ରକଟ କରିଛନ୍ତି ।

Leave a comment