ରାଜ୍ୟରେ ୧୩ ରୁ ବଢିବ ତାତି!
ସନ୍ଧ୍ୟାରେ କାଳବୈଶାଖି ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୧୩ ତାରିଖରୁ ତାତି ବଢ଼ିବ । ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ୧୩ରୁ ୧୭ ଯାଏ ୨ଡିଗ୍ରୀ ତାପମାତ୍ରା ବଢ଼ିବ । ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି । ସେପଟେ ୧୦ରୁ ୧୪ ତାରିଖ ଯାଏ ଉପକୂଳରେ କାଳବୈଶାଖୀ ହେବାର ଆଶଙ୍କା ରହିଛି ।
୧୩, ୧୪ ଓ ୧୫ରେ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡାରେ ବର୍ଷା ସମ୍ଭାବନା ଅଧିକ ବୋଲି ପ୍ରଫେସର ପଶୁପାଳକ ପୂର୍ବାନୁମାନ କରିଛନ୍ତି । ସେହିଭଳି ୯ରୁ ୧୨ ତାରିଖ ଯାଏ ରାଜ୍ୟର ଉତ୍ତର ଓ ଦକ୍ଷିଣ ଓଡିଶାର କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୦ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।