ଓଡ଼ିଶାରେ ତିନି ହଜାର ଛୁଇଁବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୩୮ ପଜିଟିଭ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ଆଉ ୧୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୯୪ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ୧୩୮ ଜଣଙ୍କ ମଧ୍ୟରୁ ୧୨୫ ଜଣ କ୍ବାରେଣ୍ଟାଇନ ସେଣ୍ଟର ଏବଂ ୧୩ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ଆଜି ଚିହ୍ନଟ ହୋଇଥିବା ୧୩୮ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ଜିଲ୍ଲାରୁ ୩୩,କଟକରୁ ୧୫,ଖୋର୍ଦ୍ଧାରୁ ୧୩, ଭଦ୍ରକରୁ ୧୧,କେନ୍ଦୁଝରରୁ ୧୦,ପୁରୀରୁ ୭, ଯାଜପୁରରୁ ୬,ମୟୂରଭଞ୍ଜରୁ ୬,ନୟାଗଡରୁ ୩,ଢେଙ୍କାନାଳରୁ ୩, ନୂଆପଡାରୁ ୩, କଳାହାଣ୍ଡିରୁ ୨,ରାୟଗଡା, ସମ୍ବଲପୁର, ବଲାଙ୍ଗୀର ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୮୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୮୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।