ଆଜି ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଜି ପୁଣି ୧୪୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୩୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୧୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।