ଆଉ ୧୪୯୯ କରୋନା ପଜିଟିଭ ଚିହ୍ନଟ, ୩୧୮୭୭ରେ ପହଞ୍ଚିଲା ସଂକ୍ରମିତ ଙ୍କ ସଂଖ୍ୟା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ୧୪୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୧୮୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସଂକ୍ରମିତଙ୍କ ମଧ୍ୟରୁ ୯୧୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୮୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୯୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୭୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ।

Leave a comment