୧୯ ଜିଲ୍ଲାରୁ ୫୭୦ ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ୧୯ଟି ଜିଲ୍ଲାରୁ ଆଉ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୧୮୬ଟି ଲୋକାଲ୍ କଣ୍ଟାକ୍ଟ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଏହି ୫୭୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୮ ଜଣେ ଅଛନ୍ତି। ସେହିପରି କଟକରୁ ୪୬ ଓ ସୁନ୍ଦରଗଡ଼ରୁ ୪୪ ଜଣ ଅଛନ୍ତି। ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୭୯୭୨ ଜଣ ସୁସ୍ଥ ହୋଇ ସାରିଲେଣି। ୪୪୭୫ ଜଣ ଏବେ ବି ରାଜ୍ୟର ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୮ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୬, ଯାଜପୁରରୁ ୪୦, ଖୋର୍ଦ୍ଧା ଓ ନୟାଗଡ଼ରୁ ୩୭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ, ଝାରସୁଗୁଡ଼ାରୁ ୩୧, ଗଜପତିରୁ ୨୫, ଜଗତସିଂହପୁରରୁ ୧୬, ପୁରୀରୁ ୧୫, କେନ୍ଦୁଝରରୁ ୧୪, ଅନୁଗୁଳ ଓ କୋରାପୁଟରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ, ମୟୂରଭଞ୍ଜରୁ ୧୦, କେନ୍ଦ୍ରାପଡ଼ାରୁ ୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୮ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୬, ଯାଜପୁରରୁ ୪୦, ଖୋର୍ଦ୍ଧା ଓ ନୟାଗଡ଼ରୁ ୩୭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ, ଝାରସୁଗୁଡ଼ାରୁ ୩୧, ଗଜପତିରୁ ୨୫, ଜଗତସିଂହପୁରରୁ ୧୬, ପୁରୀରୁ ୧୫, କେନ୍ଦୁଝରରୁ ୧୪, ଅନୁଗୁଳ ଓ କୋରାପୁଟରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ, ମୟୂରଭଞ୍ଜରୁ ୧୦, କେନ୍ଦ୍ରାପଡ଼ାରୁ ୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
7. Ganjam: 218
8. Jagatsinghpur: 16
9. Jajpur: 40
10. Jharsuguda : 31
11. Kendrapada: 6
12. Keonjhar: 14
13. Khorda: 37
14. Koraput: 11
15. Mayurbhanj: 10
16. Nayagarh: 37
17. Puri: 15
18. Sambalpur: 1
19. Sundargarh: 44— I & PR Department, Odisha (@IPR_Odisha) July 11, 2020
ଏମାନଙ୍କ ଭିତରୁ ୩୮୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ସୂଚନାଯୋଗ୍ୟ ଏବେ ରାଜ୍ୟରେ ମୋଟ୍ ୭୯୭୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୭୫ ରହିଛି।