ଆଜି 4ଘଣ୍ଟା ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

0

ଓଡିଶା ଫାଷ୍ଟ( ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସାଧାରଣ ଦର୍ଶନକୁ ଅପରାହ୍ଣ 4ଟାରୁ ରାତି 8 ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମଧ୍ୟାହ୍ନ ଧୂପ ଓ ଭୋଗମଣ୍ଡପ ପରେ ଦତ୍ତ ମହାପାତ୍ର ସେବକଙ୍କ ଦ୍ୱାରା ବନକଲାଗି ବିଧି ଗୁପ୍ତସେବା ସମ୍ପାଦନ କରାଯିବ । ଆଜି ବୁଧବାର ଥିବାରୁ ଶ୍ରୀମନ୍ଦିରରେ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏହି ସମୟରେ ଶ୍ରଦ୍ଧାଳୁମାନେ ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ତେବେ ଶ୍ରୀଜୀଉଙ୍କର ଶ୍ରୀମୁଖ ସିଂହାର ପାଇଁ ହିଙ୍ଗୁଳ, ଶଂଖ, କେଶର, କଇଁଥ, ଅଠା, କର୍ପୂର, କଜ୍ୱଳ, କସ୍ତୁରୀ, ହରିତାଳ ଓ ତେଲର ସମ୍ମିଶ୍ରଣରେ ପ୍ରସ୍ତୁତ ହୋଇଥିବା ବନକକୁ ବ୍ୟବହାର କରାଯାଇଥାଏ । ଏହି ବିଶେଷ ନୀତି ସପ୍ତାହର ବୁଧବାର କିମ୍ବା ଗୁରୁବାର ଦିନ ସମ୍ପାଦନ କରାଯାଇଥାଏ । ଏହି ପ୍ରାକୃତିକ ପ୍ରଣାଳୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।

Leave a comment