ରଥଯାତ୍ରା ପାଇଁ ଆଜି ୨ୟ ସମନ୍ଵୟ କମିଟି ବୈଠକ

0

ପୁରୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରଥଯାତ୍ରା ପାଇଁ ଆଜି ୨ୟ ସମନ୍ଵୟ କମିଟି ବୈଠକ। କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଆଜି ବୈଠକ ବସିବ। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ସବୁ ବିଭାଗ କିଭଳି ପ୍ରସ୍ତୁତି କରିଛନ୍ତି, ତାହାର ସମୀକ୍ଷା କରିବେ। ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ଓ ଗୁଣ୍ଡିଚା ମନ୍ଦିରରେ ଲାଗିବ ୨୩୬ ସିସିଟିଭି କ୍ୟାମେରା ।

ସେହିପରି ବିନା ଭକ୍ତରେ ଓ ଭକ୍ତଙ୍କ ଗହଣରେ ରଥଯାତ୍ରା କରିବା ପାଇଁ ଦୁଇଟି ପ୍ଲାନ୍ ପ୍ରସ୍ତୁତ ହୋଇଛି । ଭକ୍ତଙ୍କ ଗହଣରେ ରଥଯାତ୍ରା ହେଲେ ଏଥିପାଇଁ ରହିଥିବା ଚାଲେଞ୍ଜକୁ କିଭଳି ସାମ୍ନା କରାଯାଇପାରିବ, ସୁରୁଖୁରୁ ଓ ଶୃଙ୍ଖଳିତ ଭାବେ ରଥଯାତ୍ରା ସମ୍ପନ୍ନ କରାଯାଇପାରିବ ସେ ନେଇ ମଧ୍ୟ ଆଲୋଚନା କରାଯିବ । ଗତ ୫ ତାରିଖରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପାଇଁ ସମୀକ୍ଷା ବୈଠକ ବସିଥିଲା । ଏଥର କୋଭିଡ ସ୍ଥିତି ସ୍ୱଭାବିକ ରହିଲେ ଦେଢ଼ ଗୁଣା ଅଧିକ ଅର୍ଥାତ ୧୨ରୁ ୧୫ ଲକ୍ଷ ଭକ୍ତଙ୍କ ସମାଗମ ସମ୍ଭାବନା ରହିଛି ।

Leave a comment