ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା

0

ଭୁବନେଶ୍ବର : ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା । ଗଡ଼ିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ଅପରାହ୍ନ ୩ଟା ୩୦ରୁ ଆରମ୍ଭ ହେବ ରଥଟଣା । ଆଜି ଭୋର ୫ଟାରେ ମଙ୍ଗଳ ଆଳତୀ, ଅବକାଶ ନୀତି ପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ କରାଯାଇଛି । ଅପରାହ୍ନ ୧୨ଟା ୩୦ରୁ ୧ଟା ୩୦ ମଧ୍ୟରେ ଶ୍ରୀଜିଉଙ୍କ ପହଣ୍ଡି କରାଯାଇ ରଥାରୁଢ କରାଯିବ। । ଆସନ୍ତା ୧୩ ତାରିଖରେ ବାହୁଡ଼ା।
ଆଜି ଓ ୧୩ ତାରିଖ ଦିନ ମାଉସୀ ମାଆ ଛକ ଠାରୁ ରଥ ରୋଡ୍ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ଲାଗୁ କରିଛି ପୋଲିସ ପ୍ରଶାସନ। ରୁକୁଣା ରଥ ଯାତ୍ରା ପାଇଁ ୧୬ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି । ରୁକୁଣା ରଥ ପାଇଁ ଗତକାଲି ସପ୍ତମୀ ତିଥିରେ କେଦାର ଗୌରୀ ନିକଟ ମୁକ୍ତେଶ୍ୱର ମନ୍ଦିର ନିକଟ ମରୀଚି କୁଣ୍ଡରୁ ଜଳ ସଂଗ୍ରହ କରାଯାଇଥିଲା । ରଥ ପ୍ରତିଷ୍ଠା ପାଇଁ ପାଣି ଯିବା ପରେ ପରମ୍ପରା ଅନୁଯାୟୀ ମରୀଚିକୁଣ୍ଡ ପାଣି ନିଲାମ ହୋଇଛି। ପ୍ରଥମ କଳସ ପାଣି ୧ଲକ୍ଷ ୩୦ ହଜାର ଟଙ୍କାରେ ନିଲାମ ହୋଇଛି। ଦ୍ୱିତୀୟ କଳସ ପାଇଁ ୪୭ ହଜାର ଟଙ୍କାରେ ନିଲାମ ହୋଇଛି।

Leave a comment