ନିଜାମୁଦ୍ଦିନ ଫେରନ୍ତ।ଙ୍କ ସଂସ୍ପର୍ଶରେ ଆସିଥିବା ୨୨ ଜଣ ଏସସିବି ଆଇସୋଲେସନରେ ଭର୍ତ୍ତି

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତକାଲି ଚିହ୍ନଟ ହୋଇଥିବା ନିଜାମୁଦ୍ଦିନ ଫେରନ୍ତା କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜୋରଦାର କରାଯାଇଛି। କଟକ ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ମିଳିତ ଭାବେ ସହରର ବିଭିନ୍ନ ସ୍ଥାନରେ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରାଯାଇ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୨୨ ଜଣଙ୍କୁ ଚିହ୍ନଟ କରାଯାଇଛି। ଏହି ୨୨ ଜଣଙ୍କୁ ବର୍ତ୍ତମାନ ଏସସିବିର କରୋନା ୱାର୍ଡରେ ଆଇସୋଲେସନରେ ରଖାଯାଇଥିବା ସୂଚନା ମିଳିଛି। ଆଜି ଏମାନଙ୍କର ସ୍ବାବ୍ ନମୁନା ପରୀକ୍ଷା କରାଯିବ ବୋଲି କୁହାଯାଉଛି। ଅନ୍ୟପକ୍ଷରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କରିଥିବା କୋଭିଡ୍ ୧୯ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି।
ସୂଚନାଯୋଗ୍ୟ, କଟକରେ ନିର୍ମିତ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲରେ ରାଜ୍ୟର ୬ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। କଟକ, ପୁରୀ ଓ ଯାଜପୁରରୁ ଚିହ୍ନଟ ହୋଇଥିବା ଜଣେ ଲେଖାଏଁ ଆକ୍ରାନ୍ତଙ୍କ ସହିତ ଭଦ୍ରକ ଜିଲ୍ଲାର ୩ ଆକ୍ରାନ୍ତ ନବନିର୍ମିତ ଅଶ୍ବିନୀ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Leave a comment

You cannot copy content of this page