ଦୁଇ ବାଇକ ମୁହାଁ ମୁହିଁ ଧକ୍କା, ଜଣେ ମୃତ

0

କୋରାପୁଟ (ଓଡ଼ିଶା ଫାଷ୍ଟ ବ୍ୟୁରୋ): କୋରାପୁଟ ନନ୍ଦପୁର ଥାନା ଅନ୍ତର୍ଗତ କୁମାରଗୁଡା ଗାଁ ନିକଟରେ ଦୁର୍ଘଟଣା । ୨ଟି ବାଇକ ମୁହାମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ମୃତ ଯୁବକ ଜଣକ ଲମତାପୁଟ ସିଲପଡା ଗ୍ରାମର ଧନୁର୍ଜୟ ବୋଲି ଜଣାପଡିଛି । ଘଟଣା ସମ୍ପର୍କରେ ଖବର ପାଇ ନନ୍ଦପୁର ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ଆହତ ଦୁଇ ଜଣଙ୍କ ମଧ୍ୟରୁ ଜଣେ ସିଲପଡ଼ା ଗାଁର ହରି ପାଙ୍ଗି ଏବଂ ଅନ୍ୟ ଜଣଙ୍କର ପରିଚୟ ମିଳିନଥିବା ଜଣା ପଡ଼ିଛି । ଦୁର୍ଘଟଣାଗ୍ରସ୍ତ ଯୁବକମାନଙ୍କୁ ଉଦ୍ଧାର କରି ନନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଗୁରୁତର ଆହତ ଦୁଇଜଣ କୋରାପୁଟ ସହିଦ ଲଷ୍ମଣନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି ।

Leave a comment