ଲୋକଙ୍କ ନିକଟତର ହୁଅ, ସେମାନଙ୍କ ହିତ ପାଇଁ କାମ କର : ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶା ବିଧାନସଭାର ନୂତନ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଛି ବିଧାୟକ ଓ ବିଧାୟିକାଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିଛନ୍ତି ।
ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାୟକ ଓ ବିଧାୟିକାଙ୍କ ଦୁଇ ଦିନିଆ ପ୍ରଶିକ୍ଷଣ ଶିବିର ର ଉଦଘାଟନ କରିବା ସହ ବିଧାୟକଙ୍କୁ ଶାଳୀନତାର ପାଠ ପଢ଼ାଇଛନ୍ତି । ଏହି ଶିବିରରେ ମୁଖ୍ୟମନ୍ତ୍ରୀ ଶାଳୀନତା ଓ ସରଳ ଜୀବନଯାପନ ପାଇଁ ପରାମର୍ଶ ଦେବାସହ ଲୋକଙ୍କ ସମସ୍ୟାକୁ ଗୁରୁତ୍ୱ ଦେଇ ଏହାର ସମାଧାନ କରିବାକୁ କହିଛନ୍ତି । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଗଣତନ୍ତ୍ରର ସଫଳତା ଲୋକଙ୍କ ଉପରେ ନିର୍ଭର କରେ ତେଣୁ ଲୋକଙ୍କୁ ଆଖି ଆଗରେ ରଖି ସେମାନଙ୍କ ଉନ୍ନତି କରିବା ଶିଖ ।
ଆଜି ପ୍ରଥମ ଦିନରେ ବିଧାନସଭାର କମିଟି ବ୍ୟବସ୍ଥା ଓ ବୈଧାନିକ ପ୍ରକ୍ରିୟା ଉପରେ ପ୍ରଶିକ୍ଷଣ ଦିଆଯାଇଛି । ଏବଂ ଆସନ୍ତାକାଲି ଦ୍ୱିତୀୟ ଦିନରେ ବିଧାନସଭାର ବଜେଟ୍ ପ୍ରକ୍ରିୟା ଉପରେ ଆଲୋଚନା ହେବା କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ଗୃହରେ ସାର୍ବଜନୀନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ପ୍ରଶ୍ନ ଉପସ୍ଥାପନର ପ୍ରକ୍ରିୟା ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି ।