୨୭ ଜିଲ୍ଲାର ୧୬୩ ଜିଲ୍ଲା ପରିଷଦ ଜୋନରେ ଭୋଟିଂ

0

ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଆଜି ରାଜ୍ୟରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଚତୁର୍ଥ ପର୍ଯ୍ୟାୟ ମତଦାନ । ୨୭ ଜିଲ୍ଲାର ୬୪ ବ୍ଲକରେ ୧୬୩ ଜିଲ୍ଲା ପରିଷଦ ଜୋନରେ ହେଉଛି ମତଦାନ । ସେହିପରି ‌୧୨୫୪ ପଞ୍ଚାୟତ ଓ ୧୭୮୯ ଓ୍ବାର୍ଡରେ ମତଦାନ ସାବ୍ୟସ୍ତ କରୁଛନ୍ତି ଭୋଟର । ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ମୋଟ ୫୧ ଲକ୍ଷରୁ ଅଧିକ ଭୋଟର ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ।
ଭୋଟ କାର୍ଡ ନଥିଲେ ନିର୍ବାଚନ କମିଶନଙ୍କ ଦ୍ୱାରା ଅନୁମୋଦିତ ଅନ୍ୟ ୧୩ଟି କାର୍ଡ ଦେଖାଇ ଭୋଟର ମତାଧିକାର ସାବ୍ୟସ୍ତ କରିପାରିବେ ଭୋଟର ।

ସେହିପରି ମହିଳା ମାନଙ୍କ ପାଇଁ ବୁଥରେ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି । ଶାନ୍ତିଶୃଙ୍ଖଳାରେ ନିର୍ବାଚନ ପାଇଁ ୨୫୭ ପ୍ଲାଟନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ସେହିପରି ୧୪୭୩ ମୋବାଇଲ ପେଟ୍ରୋଲିଂ ପାର୍ଟି ନିୟୋଜିତ ହୋଇଛନ୍ତି ।

ସୂଚନା ଅନୁସାରେ ରାଜ୍ୟରେ ତିନୋଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଆଜି ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି । ଫେବ୍ରୁଆରୀ ୨୪ରେ ପଞ୍ଚମ ପର୍ଯ୍ୟାୟ ଭୋଟ ଶେଷ ହେବା ପରେ ଫେବ୍ରୁଆରୀ ୨୬ରୁ ୨୮ ପର୍ଯ୍ୟନ୍ତ ଭୋଟ ଗଣତି ହେବ ।

Leave a comment