ବିଜେଡ଼ିରେ କାହାକୁ ମିଳିଲା କେଉଁ ଜିଲ୍ଲାର ସାଙ୍ଗଠନିକ ଦାୟିତ୍ୱ, ପଢନ୍ତୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଜେଡିର ସଭାପତି ନବୀନ ପଟ୍ଟନାୟକ ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲା ସ୍ତରରେ ନୂତନ ସାଙ୍ଗଠନିକ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ।
ବିଗତ କିଛିଦିନ ହେବ ଦାମୋଦର ରାଉତଙ୍କୁ ବିରୋଧ କରି ବହିଷ୍କାର ପାଇଁ ଦାବି କରି ଆସୁଥିବା ଓ ସେଥିରେ ସଫଳ ହୋଇଥିବା ଜଗତସିଂହପୁର ଜିଲ୍ଲାର ବାଲିକୁଦା-ଏରସାମା ବିଧାୟକ ପ୍ରଶାନ୍ତ ମୁଦୁଲିଙ୍କୁ ଜିଲ୍ଲାର କାର୍ଯ୍ୟକାରୀ ସଭାପତି କରାଯାଇ ପୁରସ୍କାର ଦିଆଯାଇଛି । ବର୍ତ୍ତମାନ ସେ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ମଧ୍ୟ ଅଛନ୍ତି ।
ପ୍ରତାପ ଜେନାଙ୍କୁ ଜଗତସିଂହପୁର ଜିଲ୍ଲାର ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି। ଅନୁଗୋଳ ଜିଲ୍ଲା ପର୍ଯ୍ୟବେକ୍ଷକ ସହ ତାଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।
ରାଜ୍ୟସଭା ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଅବିଭକ୍ତ କୋରାପୁଟ ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି ସଭାପତି ।
ପ୍ରଫୁଲ ମଲ୍ଲିକଙ୍କୁ ଢେଙ୍କାନାଳ ଜିଲ୍ଲା ସଭାପତି ଦାୟିତ୍ୱ ଦିଆଯାଇଥିବା ବେଳେ ନୃସିଂହ ସାହୁଙ୍କୁ ଦଳର ସାଧାରଣ ସଂପାଦକ କରାଯାଇଛି ।
ଭୁବନେଶ୍ୱର ଜିଲ୍ଲା ସଭାପତି ଭାବେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ନିଯୁକ୍ତି ଦେଇଛନ୍ତି ନବୀନ। ସେହିପରି ବିଜୟ କୁମାର ନାୟକ ଢେଙ୍କାନାଳ ଜିଲ୍ଲାର ସହ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି ।