୨୪ ଘଣ୍ଟା ମଧ୍ୟରେ ଲଘୁଚାପ ,୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଦିଆଯାଇଛି । ତେବେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ। ଲଘୁଚାପ କେତେ ଘନୀଭୂତ ହେଉଛି ଏବଂ ତାହାର ତୀବ୍ରତା କେତେ ରହିବ ତାହା ଆସନ୍ତା ୬ ତାରିଖ ବେଳକୁ ସ୍ପଷ୍ଟ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
ସେପଟେ ରାଜ୍ୟରେ ଆଜିଠୁ ଅଧିକ ସକ୍ରିୟ ହେବ କାଳବୈଶାଖୀ । ଉପକୂଳ ଓଡ଼ିଶା ସମେତ ୧୬ଟି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୦ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, ରାୟଗଡା, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଓ ସୁନ୍ଦରଗଡକୁ ୟେଲୋ ୱାର୍ଣ୍ଣିଂ । ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।