ରଙ୍ଗେଇଲୁଣ୍ଡାରେ ୧ ହଜାର କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗଞ୍ଜାମର ରଙ୍ଗେଇଲୁଣ୍ଡାରେ ୭୧୬ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ କରିବା ସହ ୨୯୬ କୋଟି ଟଙ୍କାର ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ କାଳିଆ ଯୋଜନାର ଦ୍ୱିତୀୟ ଥରର ସହାୟତା ପ୍ରଦାନ କରିବା ସହ ଚାଷୀମାନଙ୍କ ପାଇଁ ରାଜ୍ୟ ସରକାର ଆରମ୍ଭ କରିଥିବା ‘କାଳିଆ’ ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଏକ ଭିଡ଼ିଓ ବାର୍ତ୍ତାକୁ ସେଠାରେ ଶୁଣାଯାଇଥିଲା ।

ରଙ୍ଗେଇଲୁଣ୍ଡା ଚାଷୀ ସମାବେଶରେ ଜିଲ୍ଲାର ୨୨ଟି ବ୍ଲକର ଚାଷୀମାନେ ଯୋଗଦେଇଥିଲେ । ମୁଖ୍ୟମନ୍ତ୍ରୀ ଏଠାରେ ପ୍ରାୟ ୨୫ ହଜାର ଚାଷୀଙ୍କୁ ବିଭିନ୍ନ କୃଷି ଉପକରଣ ବଣ୍ଟନ କରିଛନ୍ତି ।

Leave a comment