୯ ଜିଲ୍ଲାରେ କାଳବୈଶାଖୀ ନେଇ ୟେଲୋଓ୍ଵାର୍ଣ୍ଣିଂ ଜାରି!

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୯ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୯ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ରାୟଗଡା, ଗଜପତି, ଗଂଜାମ ଓ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି। ଅନ୍ୟପକ୍ଷରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ସେପରି କୌଣସି ବଡ଼ ଧରଣର ପରିବର୍ତ୍ତନ ଘଟିବାର କୌଣସି ସମ୍ଭାବନା ନଥିବା କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

Leave a comment