କାଳବୈଶାଖୀ ସମ୍ଭାବନା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନପେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବା ସହ ମଧ୍ୟରୁ ହାଲକା ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି । ଅନ୍ୟପଟେ ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ଘଟିବାର ସମ୍ଭାବନା ନାହିଁ ।

Leave a comment