କୁହୁଡ଼ି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଉତ୍ତର ଦିଗରୁ ଆସୁଥିବା ଥଣ୍ଡା ଶୁଷ୍କ ପବନ ରାଜ୍ୟରେ ଜାଡ ବଢାଉଛି । ଅନ୍ୟପଟେ ବାୟୁମଣ୍ଡଳର ସ୍ଥିରତା ଏବଂ ଜଳୀୟବାଷ୍ପର ଉପସ୍ଥିତି ପାଇଁ କିଛି ଜିଲ୍ଲାରେ ଘନ କୁହୁଡି ଦେଖାଦେଉଛି । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ପଡିବ ବୋଲି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ଘନ କୁହୁଡ଼ି ପାଇଁ ୯ଟି ଜିଲ୍ଲା ଓ ଆସନ୍ତାକାଲି ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ମଧ୍ୟରାତିରୁ ସକାଳ ପର୍ଯ୍ୟନ୍ତ ସତର୍କ ରହିବା ସହିତ ଯାତାୟତ ବେଳେ ଗାଡି ଚାଳକ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବିଭିନ୍ନ ସ୍ଥାନରେ ୨ଶହ ମିଟର ତଳେ ଦୃଶ୍ୟମାନ କ୍ଷମତା ରହିବ । ଦୁର୍ଘଟଣା ଘଟିବାର ସମ୍ଭାବନା ଅଧିକ ଥିବାରୁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି ।

Leave a comment