୨୫ରେ ଶପଥ ନେବେ ଯୋଗୀ!

0

ଲକ୍ଷ୍ନୌ : ଯୋଗୀ ଆଦିତ୍ୟନାଥ ଆସନ୍ତା ୨୫ରେ ପୁଣିଥରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିପାରନ୍ତି ବୋଲି ବିଜେପି ଶିବିରରୁ ସୂଚନା ମିଳିଛି । ଲକ୍ଷ୍ନୌସ୍ଥିତ ଅଟଳ ବିହାରୀ ବାଜପେୟୀ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିିଂହ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଜେପି ଶାସିତ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାପଡିଛି । ଏହାବ୍ୟତୀତ ଶପଥଗ୍ରହଣ ଉତ୍ସବରେ ଯୋଗଦେବାକୁ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, କଂଗ୍ରେସ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ସମାଜବାଦୀ ପାର୍ଟି ମୁଖିଆ ମୁଲାମମ ସିଂହ ଓ ଅଖିଳେଶ ଯାଦବ, ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀଙ୍କୁ ମଧ୍ୟ ଆମନ୍ତ୍ରଣ କରାଯିବାର ଯୋଜନା ରହିଛି । ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ୪୦୩ ମଧ୍ୟରୁ ବିଜେପି ଏକାକୀ ୨୫୫ ଆସନରେ ବିଜୟୀ ହୋଇ ଏକକ ସଂଖ୍ୟାଗରିଷ୍ଠ ଦଳର ମାନ୍ୟତା ପାଇଥିବାବେଳେ ଏହାର ଦୁଇଟି ସହଯୋଗୀ ଦଳ (ଅପନା ଦଳ ଓ ନିଷାଦ୍ ପାର୍ଟି)କୁ ଯଥାକ୍ରମେ ୧୨ ଓ ୬ଟି ଆସନ ମିଳିଛି ।

Leave a comment